ଭୁବନେଶ୍ୱର ୦୬।୦୪ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୭୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪ ଜଣ ରହିଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଥିବା ବେଳେ ସମ୍ବଲପୁରରୁ ୩ ଜଣ, ବଲାଙ୍ଗୀର ଓ ଯାଜପୁରରୁ ୨ ଜଣ ଲେଖାଏଁ, କେନ୍ଦ୍ରାପଡା, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି ।
ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୬ କୋଭିଡ୍ ପଜିଟିଭ୍

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିଠାରୁ ଦୁଗ୍ଧ ଦର ଲିଟର୍ପିଛା ୩ ଟଙ୍କା ବୃଦ୍ଧି କଲା ‘ଅମୂଲ’