Headlines Odisha Tv

An Odia News Portal

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୨୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୮।୦୪ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪ ଜଣ ରହିଛନ୍ତି ।

You may have missed

1 min read
1 min read