Headlines Odisha Tv

An Odia News Portal

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୬ କରୋନା ପଜିଟିଭ୍

ଭୁବନେଶ୍ୱର ୧୯।୦୪ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୫୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୬୬୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୦୮୩୪୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

You may have missed

1 min read
1 min read