ଭୁବନେଶ୍ୱର, ଅଗଷ୍ଟ ୨୫ : ରାଜ୍ୟରେ କରୋନା ସଂକ୍ରମଣ କିଛି ଦିନ ହେଲା ହ୍ରାସ ପାଇବାରେ ଲାଗିଛି । ହେଲେ ମୃତ୍ୟୁ ସଂଖ୍ୟାରେ ଲାଗିପାରୁନି ବ୍ରେକ । ଗତ ୨୪ ଘଣ୍ଟାରେ ୬୯ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ କଟକରୁ ୨୫, ଜଗତସିଂହପୁରରୁ ୨୧, ଢେଙ୍କାନାଳରୁ ୯ ଜଣ ରହିଛନ୍ତି । ସେହିପରି ବାଲେଶ୍ୱର ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ପୁରୀ ଓ ଅନୁଗୁଳରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
୫୧ ଏକର ଗଞ୍ଜେଇ ଗଛ କାଟି ନଷ୍ଟ କଲେ ପୋଲିସ ଓ ଅବକାରୀ ବିଭାଗ*
ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ବନପାଳ ଓ ଗାଁ ସାଥୀ*
ଡେଲାଙ୍ଗ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଆଇଆଇଡବ୍ଲ୍ୟୁଏମ୍ ରେ କର୍ମଶାଳା