ଭୁବନେଶ୍ୱର,ଡିସେମ୍ବର 24 : ଯାତ୍ରୀଙ୍କ ଗମନାଗମନକୁ ସୁବିଧା କରିବା ପାଇଁ ରାଜ୍ୟରେ ତିଆରି ହେବ ୫୫ଟି ନୂଆ ବସ୍ଷ୍ଟାଣ୍ଡ । ୨୨ ଜିଲ୍ଲାରେ ନୂଆ ବସ୍ଷ୍ଟାଣ୍ଡ ନିର୍ମାଣ କରିବା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଯୋଗଯୋଗ କ୍ଷେତ୍ରରେ ବେଶ ସହାୟକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ସଡକ ପରିବହନ ବିଭାଗ ପକ୍ଷରୁ ସମଗ୍ର ଓଡିଶାକୁ ସଂଯୋଗ କରିବା ପାଇଁ ପ୍ରୟାସ ଜାରି ରହିଛି । ରାଜ୍ୟର ବିଭିନ୍ନ କୋଣ ଅନୁକୋଣକୁ ବସ୍ ଯୋଗାଇ ଦେଇଥିବାରୁ ଓଏସଆରଟିସିକୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ରାଜ୍ୟରେ ଜାରି ରହିଥିବା ବିକାଶମୂଳକ କାର୍ୟ୍ୟ ତଥା ଲୋକାଭିମୁଖି କାର୍ୟ୍ୟକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ରାଜ୍ୟର ୨୨ ଜିଲ୍ଲାରେ ତିଆରି ହେବ ୫୫ଟି ବସ୍ଷ୍ଟାଣ୍ଡ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ