ପୁରୀ ୧୭।୨: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ । ରାଷ୍ଟ୍ରପତିଙ୍କ ରାତ୍ରରହଣୀ କାର୍ଯ୍ୟକ୍ରମରେ ପୁଣି ସାମାନ୍ୟ ପରିବର୍ତ୍ତନ କରାଯାଇଛି । ୧୯ ତାରିଖରେ ଏକ ଘରୋଇ ହୋଟେଲରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୂର୍ବରୁ ରାଜଭବନରେ ରାତ୍ରିଯାପନ ନେଇ ସ୍ଥିର ହୋଇଥିଲା । ଏ ନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆସନ୍ତା ୧୯ ତାରିଖରେ ରାଷ୍ଟ୍ରପତି ପୁରୀରେ ପହଞ୍ଚିବା ପରେ ସିଧାସଳଖ ରାଜଭବନ ଅଭିମୁଖେ ଓ ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ୨୦ତାରିଖ ସକାଳ ୧୦ଟା ୩୫ମିନିଟରେ ଗୌଡୀୟ ମଠ ପରିଦର୍ଶନ କରି ପୂର୍ବାହ୍ନ ୧୧ଟାରେ ଶରଧାବାଲିରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ରାତ୍ରିଯାପନରେ ପୁଣି ପରିବର୍ତ୍ତନ କରାଯାଇଛି । ରାଜଭବନ ପରିବର୍ତ୍ତେ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି।
ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମରେ ପୁଣି ପରିବର୍ତ୍ତନ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ