ଭୁବନେଶ୍ୱର ୧୨/୦୪: ଭୁବନେଶ୍ୱର ଲୋୟର ପିଏମଜି ହତ୍ୟାକାଣ୍ଡ ଘଟଣାରେ ପୋଲିସକୁ ସଫଳତା । ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ଖାରବେଳ ନଗର ଥାନା ପୋଲିସ । ଏହି ଦୁଇ ଅଭିଯୁକ୍ତଙ୍କୁ ପୁରୀରୁ ଗିରଫ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ଉମାଶଙ୍କର ଦାଶ । ସୂଚନା ଥାଉକି, ଭୁବନେଶ୍ୱର ରାଜରାସ୍ତାରେ ଗତକାଲି ବିଭତ୍ସ ହତ୍ୟାକାଣ୍ଡ ଘଟିଥିଲା । କ୍ଷତବିକ୍ଷତ ଅବସ୍ଥାରେ ସ୍ୱାମୀଙ୍କ ମୃତଦେହ ଠାବ ହୋଇଥିବା ବେଳେ ପତ୍ନୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ଲୋୟର ପିଏମ୍ଜି ଛକ ନିକଟରେ ଥିବା ଏକ ଏଟିଏମ୍ ସାମ୍ନାରେ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ଏନେଇ ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା । ହତ୍ୟାକାଣ୍ଡ କାରଣ କଣ ତାହା ଏଯାଏଁ ଅସ୍ପଷ୍ଟ ରହିଛି । ପୋଲିସ ଏହାର ରହସ୍ୟ ଉନ୍ମୋଚନ କରିବାକୁ ତଦନ୍ତ ଜାରି ରଖିଛି ।
ଲୋୟର ପିଏମଜି ହତ୍ୟାକାଣ୍ଡ ଘଟଣା, ଦୁଇ ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ