ରାଇରଙ୍ଗପୁର ୧୬।୦୪ : ଟ୍ରକକୁ ଧକ୍କା ଦେଲା ବାଇକ୍ । ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଗୋପାଳପୁର ନିକଟରେ ଘଟିଛି ଏପରି ଦୁର୍ଘଟଣା । ଖବର ଅନୁଯାୟୀ, ଶନିବାର ସକାଳ ସମୟରେ ରାଇରଙ୍ଗପୁର- ଗ୍ରାମାଞ୍ଚଳ ଥାନା ଗୋପାଳପୁର ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଏକ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଇଛି ବାଇକ୍ । ଯାହାଫଳରେ ବାଇକ୍ରେ ଯାଉଥିବା ୨ଜଣଙ୍କ ମୃତ୍ୟୁ ହୋଇଖିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ମାନେ ହେଲେ ମହିଷାଲଧା ଗାଁର ଶାମ ମୁର୍ମୁ ଓ ଭଗାନ ମୁର୍ମୁ ବୋଲି ଜଣାପଡିଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଘଟଣାସ୍ଥଳରେ ଲୋକଙ୍କ ଭିଡ ଜମିଥିଲା । ରାଇରଙ୍ଗପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।
ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବାଇକ୍, ୨ ମୃତ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ