ସମ୍ବଲପୁର ୧୬/୦୭: ଆସନ୍ତା ୧୮ ତାରିଖରେ ଖୋଲିବ ହୀରାକୁଦ ଜଳଭଣ୍ଡାର। ୧୮ ତାରିଖରେ ଦିନ ୧୧ଟାରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ଆଜି ନିର୍ଦ୍ଦେଶନାମା ଜଳଭଣ୍ଡାର କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ଏନେଇ ଆଜି ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ଡ୍ୟାମ କର୍ତ୍ତୃପକ୍ଷ। ଏନେଇ ଶାଖା ନଦୀ ଫୁଲି ଉଠିବାର ସମ୍ଭାବନା ଥିବାରୁ ନଦୀକୁ ଯିବାକୁ ବାରଣ କରାଯାଇଛି। ସୂଚନା ମୁତାବିକ, ଶୁକ୍ରବର ଏବର୍ଷ ପ୍ରଥମ କରି ଇନଫ୍ଲୋ ୨ ଲକ୍ଷ କ୍ୟୁସେକ୍ ଅତିକ୍ରମ କରିଛି । ଶୁକ୍ରବାର ରାତି ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରକୁ ୨ ଲକ୍ଷ ୧୩ ହଜାର୭୭୯ କ୍ୟୁସେକ୍ ଜଳ ପ୍ରବେଶ କରିଛି । ସେପଟେ, ଜଳସ୍ତର ୬୦୪.୯୫ ଫୁଟ୍ରେ ପହଞ୍ଚିଥିବା ବେଳେ ଏହା ଦୁଇଦିନ ମଧ୍ୟରେ ୬୧୦ ଫୁଟ୍ ଯାଏ ପହଞ୍ଚିବାର ଆକଳନ କରିଛନ୍ତି ବନ୍ଧ କର୍ତ୍ତୃପକ୍ଷ । ଫଳରେ ସୋମବାର ୧୧ଟା ବେଳେ ମହାନଦୀକୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ।
ସୋମବାର ଖୋଲିବ ହୀରାକୁଦ ଜଳଭଣ୍ଡା, ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ: ଆଲର୍ଟରେ ୧୨ ଜିଲ୍ଲାର ଜିଲ୍ଲାପାଳ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ