ଭୁବନେଶ୍ୱର ୧୭।୦୨ : ନିଜ ରାଜ୍ୟର ସ୍ଥାନୀୟ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି କିଛି ରାଜ୍ୟ ଅତିରିକ୍ତ କଟକଣା ଲଗାଇଛନ୍ତି । ନିୟମ କୋହଳ କରିବା ଲାଗି କେନ୍ଦ୍ର ସରକାରଙ୍କ ଯେଉଁ ଚିଠି ଆସିଛି । ତା ଉପରେ ରାଜ୍ୟ ସରକାର ଭାବିଚିନ୍ତି ନିଷ୍ପତ୍ତି ନେବେ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଆମ ରାଜ୍ୟରେ ଅତିରିକ୍ତ କଟକଣା କିଛି ନାହିଁ । ଆମର ଗାଇଡଲାଇନ ଅନୁସାରେ କଟକଣା ହୋଇଛି । ସରକାରଙ୍କର ତା ଉପରେ ନଜର ରହିଛି । କୋଭିଡ ସ୍ଥିତିର ସମୀକ୍ଷା ମଧ୍ୟ କରାଯାଉଛି । ପୁନଶ୍ଚ ସରକାରଙ୍କ ପରବର୍ତ୍ତୀ ନିଷ୍ପତ୍ତିକୁ ଅପେକ୍ଷା କରିବା । ଯଦି ଆଜିର ଷ୍ଟାଟସ ଦେଖିବା, ତେବେ ୨ରୁ ୩ଟି ସ୍ଥାନରେ ଟିକେ ଅଧିକ ସଂକ୍ରମଣ ରହିଛି । ଏବେକାର ସ୍ଥିତିରେ ଆମେ ଭଲ ଆଡ଼କୁ ଯାଉଛେ । କିଛି ଦିନ ହେଲା ସଂକ୍ରମଣ ହଜାରେ ତଳେ ରହିଛି । ହସ୍ପିଟାଲିଟି ରେଟ ମଧ୍ୟ କମ ରହୁଛି । ଆଗକୁ ସ୍ଥିତି ଆହୁରି ସୁଧୁରିବ ।
ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ-ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ