କଟକ: ରାଜ୍ୟର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ତାଙ୍କ ପତ୍ନୀ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ବଲାଙ୍ଗୀରର ଏହି କଣ୍ଠଶିଳ୍ପୀ ଏବେ କଟକ ସିଡିଏ ସେକ୍ଟର ୬ରେ ରହୁଛନ୍ତି। ଗଲା କିଛିମାସ ହେବ ସେ ପତ୍ନୀଙ୍କୁ ଅବହେଳା କରିବା ସହିତ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗ ହୋଇଛି। ପାରିବାରିକ ଅଶାନ୍ତି ଯୋଗୁଁ ପତ୍ନୀ ଗଲା କିଛିମାସ ହେବ ବାଲେଶ୍ବରରେ ଥିବା ବାପଘରକୁ ଚାଲିଯାଇଥିଲେ। ଆଜି ଡିସିପି ପିନାକ ମିଶ୍ରଙ୍କ କାର୍ଯ୍ୟାଳୟରେ ପହଞ୍ଚି ଏନେଇ ଅଭିଯୋଗ କରିଛନ୍ତି। ଡିସିପି ଏହି ଘଟଣାର ତଦନ୍ତ ପାଇଁ ମହିଳା ଥାନାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଉଭୟଙ୍କୁ ଥାନାରେ ହାଜର ହେବାକୁ କୁହାଯାଇଥିବା ସୂଚନା ମିଳିଛି।
ହ୍ୟୁମାନଙ୍କ ବିରୋଧରେ ପତ୍ନୀଙ୍କ ନିର୍ଯାତନା ଅଭିଯୋଗ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ