Headlines Odisha Tv

An Odia News Portal

ୟୁକ୍ରେନ ଉପରେ ଋଷର ଯୁଦ୍ଧ ଘୋଷଣା

ମସ୍କୋ ୨୪/୦୨ : ରୁଷ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦ ଚରମ ସୀମାରେ । ଏବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୋଲାଖୋଲି ଭାବେ ୟୁକ୍ରେନ ବିରୋଧରେ ସାମାରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ।  ରୁଷ ସୈନ୍ୟମାନେ ୟୁକ୍ରେନ ଭିତରେ ପଶି ଆକ୍ରମଣ କଲେ। କିଭ୍ ରେ ପ୍ରଚଣ୍ଡ ବିସ୍ପୋରଣ।  ଦୀର୍ଘ ଦିନ ହେବ ରୁଷ ପକ୍ଷରୁ ସୀମାରେ ଯୁଦ୍ଧାଭ୍ୟାସ କରାଯାଉଥିଲା। ଏଥିସହ ୟୁକ୍ରେନକୁ ରୁଷ  ପଟୁ ଘେରାବନ୍ଦୀ କରିଥିଲା। ଏସବୁ ଭିତରେ ପୁଟିନ ମିଲାଟାରୀ ଅପରେସନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସେ ୟୁକ୍ରେନକୁ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଦୁଇ ଦିନ ତଳେ ପୁଟିନ ୟୁକ୍ରେନର ଦୁଇଟି ବିଦ୍ରୋହୀ ଅଞ୍ଚଳକୁ ସ୍ୱତନ୍ତ୍ର ସ୍ଥାନର ମାନ୍ୟତା ଦେଇଥିଲେ। ଏହାକୁ ନେଇ ତୀବ୍ର ତିକ୍ତତା ଦେଖିବାକୁ ମିଳିଛି। ୟୁକ୍ରେନ ମଧ୍ୟ ରୁଷ ଆଡ଼ୁ ଥିବା ବିପଦରୁ ଦୃଷ୍ଟିରେ ରଖି ନିଜ ଦେଶରେ ୩୦ ଦିନ ପାଇଁ ଜାତୀୟ ଜରୁରୀ ପରିସ୍ଥିତି ଲାଗୁ କରିଛି। ପୁଟିନଙ୍କ ଏପରି ଆକ୍ରମଣାତ୍ମକ ଆଭିମୁଖ୍ୟ ସତ୍ତ୍ୱେ ମିଳିତ ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ ଶାନ୍ତି ପ୍ରତିଷ୍ଠା ପାଇଁ ଅପିଲ କରିଛନ୍ତି।