Headlines Odisha Tv

An Odia News Portal

୨୦ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୪ ଦିନ ପାଇଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି । ଅକ୍ଟୋବର ୧୬ ଏବଂ ୧୭ ତାରିଖରେ ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ବାଲେଶ୍ୱ. ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଏବଂ ବୌଦ୍ଧ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଅକ୍ଟୋବର ୧୭ ଓ ୧୮ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 

ଏହାସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଅକ୍ଟୋବର ୧୮ ଓ୧୯ ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଠି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ଅକ୍ଟୋବର ୧୯ ଓ ୨୦ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।