ଭୁବନେଶ୍ୱର ୧୩/୦୮: ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ । ଆସନ୍ତା କାଲି ଅର୍ଥାତ ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଅବପାତ ସମ୍ଭାବନା । ଲଘୁଚାପ ପ୍ରଭାବରେ ଆଗକୁ ଦୁଇ ଦିନ ଭୀଷଣ ବର୍ଷା ହେବ । ଆସନ୍ତା ୧୩ ଓ ୧୪ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଗାଣ ବର୍ଷା ଯୋଗୁ ମହାନଦୀ ସମେତ ଅନ୍ୟ ନଦୀର ଜଳସ୍ତର ହଠାତ୍ ବଢ଼ି ଯାଇପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ସତର୍କ କରାଇଛନ୍ତି । ଋଷିକୂଲ୍ୟା, ବଂଶଧାରା ଓ ବ୍ରାହ୍ମଣୀରେ ବି ପ୍ରବଳ ଢାଳିବ । ବର୍ଷା ଯୋଗୁ ଏହି ସବୁ ନଦୀର ଜଳସ୍ତର ବଢ଼ିପାରେ । ଏହା ବନ୍ୟା ଡାକି ଆଣିବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି ।
୨୪ ଘଣ୍ଟାରେ ଘନୀଭୂତ ହେବ ଲଘୁଚାପ, ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷିବ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ