Headlines Odisha Tv

An Odia News Portal

୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୭ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୧।୧୧: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

You may have missed

1 min read
1 min read