Headlines Odisha Tv

An Odia News Portal

୨୪ ଘଣ୍ଟାରେ ଚିହ୍ନଟ ହେଲେ ୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୭। ୧୧: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୧ ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୮୬୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୮୯୮୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

You may have missed

1 min read
1 min read