ନୂଆଦିଲ୍ଲୀ ୨୫/୦୪: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୫୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ୩୦ ଜଣ ପ୍ରାଣ ହରାଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୬୦ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
୨୪ ଘଣ୍ଟାରେ ବାହାରିଲେ ୨୫୪୧ କରୋନା ପଜିଟିଭ୍

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ