Headlines Odisha Tv

An Odia News Portal

୨୪ ଘଣ୍ଟାରେ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର ସେପ୍ଟେମ୍ବର ୧୦ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୭୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । 

ଆଜି ୬ ଜିଲ୍ଲାରୁ ୬ ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ । ଅନୁଗୁଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ କରୋନାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବା ଫଳରେ ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । 

ସୂଚନା ଆନୁସାରେ ବର୍ତ୍ତମାନ ରାଜ୍ୟରେ ମୋଟ ୧୦୧୫୦୮ ଜଣ କରୋନା ଆକ୍ରାନ୍ତ ସଂଖ୍ୟା ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୦୮୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 

You may have missed

1 min read
1 min read