କଟକ : ୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ଘୋଷଣା କରାଯାଇଥିବା ତାଲିକାକୁ ରଦ୍ଦ କରିଦେଇଛନ୍ତି ହାଇକୋର୍ଟ। ଏକ ମାସ ଭିତରେ ନିୟମାବଳୀ ଅନୁସାରେ ସାନି ମନୋନୟନ ତାଲିକା ଘୋଷଣା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟ ଭାଷାର ଚଳଚ୍ଚିତ୍ରରୁ ରିମେକ୍ ହୋଇଥିବା ଦୁଇ ଓଡ଼ିଆ ଚଳଚ୍ଚିତ୍ର ‘ଖୁସି’ ଓ ‘ଗୋଲ୍ମାଲ୍ ଲଭ୍’କୁ କୌଣସି ବର୍ଗରେ ପୁରସ୍କାର ପାଇଁ ବିଚାରକୁ ନିଆଯିବ ନାହିଁ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି। ଜଷ୍ଟିସ୍ ଡ. ସଂଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶକ ବବି ଇସଲାମ୍ଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ପ୍ରକାଶିତ ରାୟରେ ଉଲ୍ଲେଖ କରାଯାଇଛି, ଯେଉଁଭଳି ଢଙ୍ଗରେ ନିର୍ଦ୍ଦିଷ୍ଟ ଚଳଚ୍ଚିତ୍ରଗୁଡିକୁ ଚୟନ କରାଯାଇ ମର୍ଯ୍ୟାଦାଜନକ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିଜେତା ଭାବେ ଘୋଷଣା କରାଗଲା ତାହା ଅତ୍ୟନ୍ତ ଲଜ୍ଜାର ବିଷୟ। ଓଡ଼ିଆ ସିନେମା ଓ କଳାକାର ଗୋଷ୍ଠୀ ପାଇଁ ଏହା ଚିନ୍ତାର ପ୍ରସଙ୍ଗ। ଓଡ଼ିଆ ସିନେ ସଂସ୍କୃତିରେ ମୌଳିକତା ଉପରେ ହାଇକୋର୍ଟ ଗୁରୁତ୍ବାରୋପ କରିଛନ୍ତି। ଏଥିପାଇଁ ‘ଚେକ୍ ଆଣ୍ଡ ବାଲାନ୍ସ’ ବ୍ୟବସ୍ଥା କଡ଼ାକଡ଼ି କାର୍ଯ୍ୟକାରୀ କରାଯିବା ଉଚିତ। ଚଳଚ୍ଚିତ୍ର ପୁରସ୍କାର ଚୟନ କ୍ଷେତ୍ରରେ ହୋଇଥିବା ଅନିୟମିତତାକୁ ସହଜରେ ଏଡ଼ାଇ ଦିଆଯାଇ ପାରିଥାନ୍ତା ଯଦି ଜୁରିମାନେ ଅଧିକ ସତର୍କ ଓ ନିଜ ଗୁରୁ ଦାୟିତ୍ବ ନେଇ ସଚେତନ ଥାନ୍ତେ ବୋଲି ହାଇକୋର୍ଟ କହିଛନ୍ତି। ଜୁରିମାନେ ନିରପେକ୍ଷ ଓ ସତ୍ୟନିଷ୍ଠ ହେବା ଉଚିତ ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି।
୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ତାଲିକାକୁ ରଦ୍ଦ କଲେ ହାଇକୋର୍ଟ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ